ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି:-

on6
Please follow and like us:

ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି। ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୁଏ। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ। ରଥରେ ବିଜେ କରିଥିବା ତିନି ଠାକୁରଙ୍କୁ ସେମାନଙ୍କର ଅଧର ସ୍ପର୍ଶ କରୁଥିବା ତିନିଟି ଲେଖାଏଁ ଡେଙ୍ଗା ପଣା ହାଣ୍ଡି ଭୋଗ ଲାଗେ। ମହାପ୍ରଭୁଙ୍କ ନିଳାଦ୍ରୀ ବିଜେ ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୁଏ। ଆଷାଢ଼ ଶୁକ୍ଳପକ୍ଷ ତ୍ରୟୋଦଶ ତିଥିରେ ଅଧରପଣା ଭୋଗ କରାଯାଇଥାଏ। ରଥରେ ବିଜେ କରିଥିବା ତିନି ଠାକୁରଙ୍କୁ ସେମାନଙ୍କର ଅଧର ସ୍ପର୍ଶ କରୁଥିବା ତିନିଟି ଲେଖାଏଁ ଡେଙ୍ଗା ପଣା ହାଣ୍ଡି ଭୋଗ ଲାଗେ।  ପ୍ରତି ରଥରେ ୩ ହାଣ୍ଡି ହିସାବରେ ମୋଟ ୯ ହାଣ୍ଡି ଅଧର ପଣା ଭୋଗ କରାଯାଇଥାଏ। ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରାଯାଇଥାଏ। ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ। ୩ ରଥ ଗୁଡିକରେ ଥିବା ପାର୍ଶ୍ଵ-ଦେବଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହି ଆସିଛି। ପଣା ହାଣ୍ଡି ଭାଙ୍ଗିଲେ ପଣା ସବୁ ରଥତଳକୁ ବୋହିଯାଏ। ତାହାକୁ ଅନ୍ୟ ଦେବଦେବୀ, ଭୂତପ୍ରେତ, କିନ୍ନର ଓ ରାକ୍ଷସମାନେ ପାଇଥାନ୍ତି ବୋଲି ଲୋକକଥା ରହିଛି। ସାଧାରଣତଃ ଏହି ପଣାରେ ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀ ବ୍ୟବହୃତ ହୋଇଥାଏ। ମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଆଜି ପହୁଡ଼ ନୀତି ସମ୍ପନ୍ନ ହେବା ପରେ, ସକାଳ ସାଢ଼େ ୬ଟା ଭିତରେ ମଙ୍ଗଳଆଳତି ନୀତି ଶେଷ ହେବ। ଏହାପରେ, ୭ଟାରେ ମଇଲମ, ୮ଟାରେ ଅବକାଶ ଓ ୯ ଟାରେ ବେଶ ଶେଷ ହେବ।  ପୂର୍ବାହ୍ଣ ୧୦ଟାରୁ ସାଢ଼େ ୧୦ଟା ଭିତରେ ଗୋପାଳବଲ୍ଲଭ, ସାଢ଼େ ୧୧ଟାରୁ ମଧ୍ୟାହ୍ନ ସାଢ଼େ ୧୨ଟା ଭିତରେ ସକାଳ ଧୂପ, ଅପରାହ୍ଣ ଗୋଟାଏରେ ମଇଲମ, ସାଢ଼େ ଗୋଟାଏରେ ମହାସ୍ନାନ ଓ ସର୍ବାଙ୍ଗ, ୨ଟାରେ ବେଶ ଶେଷ ହେବ। ଏହାପରେ, ଅପରାହ୍ଣ ସାଢ଼େ ୩ଟାରୁ ସାଢ଼େ ୪ଟା ଭିତରେ ମଧ୍ୟାହ୍ନ ଧୂପ ଶେଷ ହେବ। ପରେ ଅଧରପଣା ନୀତି ଆରମ୍ଭ ହେବ। ରାତି ୮ଟା ସୁଦ୍ଧା ତିନିରଥରେ ଅଧରପଣା ନୀତି ଶେଷ ପରେ ୯ଟା ସୁଦ୍ଧା ମହାସ୍ନାନ ଶେଷ ହେବ। ପରେ ରାତି ୧୦ଟାରେ ମଇଲମ ଓ ବେଶ, ସାଢ଼େ ୧୦ଟାରେ ସନ୍ଧ୍ୟା ଆଳତି, ରାତି ୧୧ଟାରୁ ୧୨ଟା ଭିତରେ ସନ୍ଧ୍ୟା ଧୂପ, ସାଢ଼େ ୧୨ଟାରେ ମଇଲମ ଓ ଚନ୍ଦନ ଲାଗି, ରାତି ଗୋଟାଏରେ ବଡ଼ସିଂହାର ବେଶ, ରାତି ସାଢ଼େ ଗୋଟାଏରେ ବଡ଼ସିଂହାର ଭୋଗ ଓ ରାତି ୨ଟାରେ ରାତ୍ର ପହୁଡ଼ ନୀତି ଅନୁଷ୍ଠିତ ହେବ।

Please follow and like us:

Leave a Reply

Your email address will not be published. Required fields are marked *