ଆଜିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ

onl1
Please follow and like us:

ଆଜିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ। ଦିତୀୟ ପର୍ଯ୍ୟାୟରେ ଉଭୟ ବିରୋଧୀ ଓ ଶାସକ ପରସ୍ପରକୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି। ପୋଲାଭରମ, ଭତ୍ତା, ରାଜ୍ୟପାଳଙ୍କ ପୁଅଙ୍କ ମାଡ ପ୍ରସଙ୍ଗ, ଭୂତ ରାସନ କାର୍ଡ ସହ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଗୃହରେ ଉଠିପାରେ। ଏହାସହ କେନ୍ଦ୍ରୀୟ ଅନୁଦାନ ଦେବାରେ ଟାଳଟୁଳ ନୀତି ଓ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରକୁ ପ୍ରସଙ୍ଗ କରିପାରନ୍ତି ବିରୋଧୀ।

ଅନ୍ୟପଟେ ମୋହନ ସରକାରର ଦୁଇ ମାସର ସଫଳତା ଓ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ବଖାଣିବ ଶାସକ ଦଳ। ଆସନ୍ତାକାଲିଠୁ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ଆରମ୍ଭ ହେବ।

ଆଜି ପଞ୍ଚାୟତିରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ,ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀ ରାଜ୍ୟ ବିମା ବିଭାଗ ର ପ୍ରଶ୍ନ କାଳ ରହିଛି।

ବିଧାନସଭାରେ ସେପ୍ଟେମ୍ବର ୧୦ତାରିଖରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବାର କାର୍ଯ୍ୟକ୍ରମ ରହିଛି । ତା’ପୂର୍ବରୁ ଅଗଷ୍ଟ ୨୧ତାରିଖରେ ଅନୁସୂଚିତ ଜାତି,ଜନଜାତି ଓ ପଛୁଆବର୍ଗ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ । ୨୨ରେ ରାଜସ୍ୱ ଓ ବିପର୍ଯ୍ୟୟ, ୨୩ରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ,ସମବାୟ ବିଭାଗ, ୨୭ରେ ମହିଳା ଓ ଶିଶୁବିକାଶ, ମିଶନଶକ୍ତି ଓ ପର୍ଯ୍ୟଟନ, ୨୮ରେ ଜଳସମ୍ପଦ, ୨୯ରେ ସ୍କୁଲ ଓ ଗଣଶିକ୍ଷା,ଉଚ୍ଚଶିକ୍ଷା, ୩୦ରେ ଶିଳ୍ପ ଓ ଏମଏସଏମଇ ବିଭାଗ, ୩୧ରେ ଗୃହ, ସାଧାରଣ ପ୍ରଶାସନ ବିଭାଗର ଖର୍ଚ୍ଚ ଦାବି ଉପରେ ଗୃହରେ ଆଲୋଚନା ହେବା ପାଇଁ କାର୍ଯ୍ୟ ପରାମର୍ଶଦାତା କମିଟିରେ ନିଷ୍ପତ୍ତି ନିଆଯାଇଛି ।

Please follow and like us:

Leave a Reply

Your email address will not be published. Required fields are marked *