
କାଲି ନୀତି ଆୟୋଗ ବୈଠକ, ଆଜି ଦିଲ୍ଲୀ ରେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିଲ୍ଲୀ ଯାତ୍ରା କରିଚନ୍ତି। ଦିଲ୍ଲୀରେ ପହଞ୍ଚିବା ପରେ ଶନିବାର ନୀତି ଆୟୋଗର ବୈଠକରେ ସାମିଲ ହେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶନିବାର ନୀତି ଆୟୋଗର ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ନୂଆଦିଲ୍ଲୀରେ ଆୟୋଜିତ ହେବାକୁଥିବା ନୀତି ଆୟୋଗର ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୬ରେ ନୂଆଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ସେହି…