
ଆଜି ଶ୍ରାବଣ ମାସର ପ୍ରଥମ ସୋମବାର: ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
ଆଜି ଶ୍ରାବଣ ମାସର ପ୍ରଥମ ସୋମବାର ହୋଇଥିବା ହେତୁ ରାଜ୍ୟର ଅଧିକାଂଶ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଛି। ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଦୂର ଦୂରାନ୍ତରୁ ପାଣି ଆଣି ଆସୁଥିବା କାଉଡିଆ ତଥା ଶିବ ଭକ୍ତଙ୍କ ଲମ୍ୱାଧାଡି ବିଭିନ୍ନ ଶୈବପୀଠକୁ ଲମ୍ୱିଛି । ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିବାକୁ ବାହାରିଛନ୍ତି।…