
ଆଜି ଆସୁଛନ୍ତି ମୋଦି, କରିବେ ‘ସୁଭଦ୍ରା’ର ଶୁଭାରମ୍ଭ
ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ପୂର୍ବାହ୍ନ ୧୦ଟା ୫୦ରେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବେ। ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଛି ଭବ୍ୟ ଆୟୋଜନ। ଆକର୍ଷଣୀୟ ଷ୍ଟେଜ ସାଙ୍ଗକୁ 4ଟି ସେଡ୍ କରାଯାଇଛି। ଏଥିରେ ସୁଭଦ୍ରା ହିତାଧିକାରୀ, ଭିଆଇପି, ଭିଭିଆଇପିଙ୍କ ସମେତ ନେତା ,ମନ୍ତ୍ରୀ, ଗଣମାଧ୍ୟମ ପ୍ରତିନିଧି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ବସିବାର ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ଖାଦ୍ୟ, ପାନୀୟ, ଶୌଚାଳୟ ସମେତ ପୁଲିସ…